Daily Horoscope in Odia on 02.05.2019


Daily Horoscope in Odia on 02.05.2019
Dainika rasiphala


💐   ଓମ୍ ଶ୍ରୀଗୁରବେ ନମଃ  💐
    ~~~~~~~~~~~~~

ମଇ ୦୨ ତାରିଖ  ୨୦୧୯ମସିହା

ଗୁରୁବାର
       
ଶକାବ୍ଦ -୧୯୪୧ 
ସମ୍ବତ -୨୦୭୬
ସାଲ-୧୪୨୬
ସମ୍ବତ୍ସର -ପରିଧାବୀ
ବୈଶାଖ -କୃଷ୍ଣପକ୍ଷ
ତିଥି -ତ୍ରୟୋଦଶୀ ରାତ୍ରି ଘ୦୩/୩୦ପର୍ଯ୍ୟନ୍ତ ତଦନ୍ତେ ଚତୃର୍ଦ୍ଦଶୀ                                               
ନକ୍ଷତ୍ର- ଉତ୍ତରଭାଦ୍ର ଦିବା ଘ୧୧/୪୨ପର୍ଯ୍ୟନ୍ତ ତଦନ୍ତେ ରେବତୀ                                     
ଚନ୍ଦ୍ର- ମୀନ
ଯୋଗ -ବୈଧୃତି             
କରଣ-ଗର       
ସୂର୍ଯ୍ୟ -ମେଷ ୧୯ ଦିନ
***************

ସୁର୍ୟୋଦୟ -ପ୍ରାତଃ ଘ୦୫/୨୧/୧୨
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୫/୫୮
---------------------------

ଯୋଗିନି ନୈଋତେ ରାତ୍ରି ଘ୦୨/୦୦ ଗତେ  ଦକ୍ଷିଣେ

ଧନୁ ରାଶିର ଘାତଚନ୍ଦ୍ର       
ତୁଳା ଓ କୁମ୍ଭ ରାଶିର ଘାତବାର

ଅଦ୍ୟ ତ୍ରୟୋଦଶୀର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
--------------------------------   

  କାଳବେଳା  ଓ ବାରବେଳା-
ଦିବା ଘ୦୨/୫୬ଗତେ ଘ୦୬/୧୦ମଧ୍ୟେ
 ******************

 ** *ଅମୃତବେଳା* - *
 ଦିବାଘ୧୦/୦୩ ଗତେ ଘ୧୧/୩୩ ମଧ୍ୟେ
ଓ ଘ୦୧/୦୯ଗତେ ଘ୦୨/୪୫ମଧ୍ୟେ

 *ମାହେନ୍ଦ୍ର ବେଳା-*
ଦିବାଘ୦୬/୫୦ମଧ୍ୟେ ଓ  ଘ୦୧/୩୮ଗତେ ଘ୦୨/୪୫ମଧ୍ୟେ
********************

ଅଦ୍ୟ ବାଇଗଣ ଭକ୍ଷଣ ନିଷେଧ
____________________

         ଆଜିର ରାଶିଫଳ
        -----------------------

ମେଷ
 ଘରେ ଲାଗିରହିଥିବା ଉଦାସ ଭାବ ହିଁ ଆପଣଙ୍କ ଚ଼ିନ୍ତାର କାରଣ । ଆପଣଙ୍କର ପରିସ୍ଥିତିକୁ ବୁଝିବା ଉଚ଼ିତ୍ ଏବଂ ଜାଣିବା ପାଇଁ ଚ଼େଷ୍ଟା କରନ୍ତୁ ଯେ ଭୁଲ କାହାର ଏବଂ କେଉଁଠି ହୋଇଛି । ନିଜ ତରଫରୁ ନିଜର କ୍ରୋଧ ସମ୍ବରଣ କରିବାକୁ ଚ଼େଷ୍ଟାକରନ୍ତୁ ।

ବୃଷ
 ସପ୍ତାହରୁ ଚ଼ାଲି ଆସୁଥିବା ଯୁକ୍ତି ଏବଂ ଚ଼ିନ୍ତାରୁ ଆପଣ ନିଜେ କ୍ଳାନ୍ତ ଅନୁଭବ କରୁଥିବେ । ବେଶୀ ଚ଼ିନ୍ତା କରନ୍ତୁ ନାହିଁ ଏବଂ କଳିରୁ ବଞ୍ଚିବାକୁ ଚ଼େଷ୍ଟା କରନ୍ତୁ । ନିଜ ବନ୍ଧୁ ଏବଂ ପରିବାରରେ ଭଲ ବ୍ୟବହାର କରନ୍ତୁ ।

ମିଥୁନ
କୌଣସି ଆଇନଗତ ନିଷ୍ପତ୍ତି ଏବେ ଆପଣଙ୍କ ସପକ୍ଷରେ ରହିବ । ଏବେ ଆପଣଙ୍କୁ ଆପଣଙ୍କ ଉଦ୍ୟମର ଫଳ ମିଳିପାରିବ । ସବୁ କିଛି ଠିକ୍ ହୋଇଯିବ କିନ୍ତୁ ଆପଣ ନିଜ କ୍ରୋଧ ଉପରେ ଅକ୍ତିଆର ରଖିବାକୁ ହେବ । ଏବେ ଖୁସିର ସମୟ ଆସିଗଲାଣି ।

କର୍କଟ
 ହଠାତ୍ ଆସିଥିବା ସମସ୍ୟା ଆପଣଙ୍କୁ କୌଣସି ବ୍ୟସ୍ତତାରେ ପକାଇଦେବ । ଏହି ସମସ୍ୟା ଆପଣଙ୍କ କାର୍ଯ୍ୟରେ ବାଧା ସୃଷ୍ଟି କରିବ । ଏହି ସମସ୍ୟାକୁ ଆପଣ ସାହସର ସହିତ ମୁକାବିଲା କରନ୍ତୁ ଏବଂ ଆପଣଙ୍କୁ ବିଜୟ ସୁନିଶ୍ଚିତ ମିଳିବ ।

ସିଂହ
 ଆଜି ଆପଣ ନିତିଦିନ କାର୍ଯ୍ୟକ୍ରମରେ କିଛି ନୂତନତା ଆଣିବାକୁ ଚ଼େଷ୍ଟା କରିବେ । ଆପଣ ସେହି କାର୍ଯ୍ୟ କରନ୍ତୁ ଯାହା ଆପଣଙ୍କର ବହୁତ ଦିନରୁ କରିବାର ଇଚ୍ଛାଥିଲା ।ଯାତ୍ରାକରିବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ ।

କନ୍ୟା
 ଉଚ୍ଚ ଅଧିକାରୀ ଆଜି ଆପଣଙ୍କୁ ସାହାଯ୍ୟ କରିବେ । ଯଦି ଆପଣଙ୍କୁ ଆପଣଙ୍କ କାର୍ଯ୍ୟରେ କୌଣସି ପ୍ରକାରର ସମସ୍ୟା ଦେଖାଯାଏ ତା` ହେଲେ ନିଜ ଅଧିକାରୀଙ୍କୁ ନିଶ୍ଚିତ ଜଣାନ୍ତୁ । ତାଙ୍କୁ କାର୍ଯ୍ୟାଳୟର ପରିବେଶଟିକୁ ଭଲ କରିବା କଥା କୁହନ୍ତୁ ।

ତୁଳା
 ଆଜି ଆପଣଙ୍କର କରିବାର ଲୋକଙ୍କ ପାଇଁ ଖୁସିର ଦିନ ଅଟେ କାରଣ ଆପଣ ଆଜି ସେମାନଙ୍କ ସହିତ ସମୟ କଟାଇବେ । କରିବାରର ସମସ୍ତେ ଏକ ହେବାର ଏବେ ସମୟ ଅଟେ । ବୋଧହୁଏ ଆପଣ ପାହାରକୁ ବୁଲିବାକୁ କିମ୍ବା ଚ଼ଳଚ୍ଚିତ୍ର ଦେଖିବାକୁ ଯାଇପାରନ୍ତି ।

ବିଛା
 ଆପଣ ଆସୁବିଧାରେ ପଡ଼ୁଥିବା ପରିସ୍ଥିତିରୁ ଦୂରେଇ ରୁହନ୍ତୁ । କୌଣସି ବେକାର କାର୍ଯ୍ୟରେ ପଡ଼ନ୍ତୁ ନାହିଁ ଏବଂ ନିଜର ସକାରାତ୍ମକ ଚ଼ିନ୍ତା ଧାରା ବଜାୟ ରଖନ୍ତୁ । ଯାହା ଆପଣ ହୋଇପାରିବେ ନାହିଁ ତାହା ହେବା ପାଇଁ ଚ଼େଷ୍ଟା କରନ୍ତୁ ନାହିଁ ।

ଧନୁ
 ଆଜି ଆପଣ ନିଜକୁ କୁସଙ୍ଗରେ ପାଇବେ, ଯଦ୍ୱାରା ଆପଣଙ୍କର ଭାବମୂର୍ତ୍ତି ନଷ୍ଟ ହୋଇପାରେ । ଏବେ ଆପଣ ସତର୍କହୋଇ ଚାଲନ୍ତୁ ,କାରଣ ମଣିଷ ତା.ର ସଂଗତିରୁ ହିଁ ଜଣାଯାଏ । କୁସଙ୍ଗ ଯୋଗରେ ଆପଣ କ୍ଷତି ସହି ପାରନ୍ତି ।

ମକର
 ଆଜିର ଦିନ ନୂଆ ବନ୍ଧୁ କରିବାର ଦିନ ଅଟେ । ସେମାନଙ୍କ ଅନୁଷ୍ଠାନରେ ଭାଗ ନିଅନ୍ତୁ ଏବଂ ନୂଆ ବନ୍ଧୁ ସୃଷ୍ଟି କରନ୍ତୁ । ଆପଣ କିଛି ନୂଆ ବନ୍ଧୁ କରି ପାରିବେ । କାହାକୁ ବା ଜଣା ଆପଣଙ୍କ ପାଇଁ କୌଣସି ନୂଆ ସୁଯୋଗର ଦ୍ୱାର ଖୋଲି ପାରେ ।

କୁମ୍ଭ
 ଆଜି ବୋଧହୁଏ ଆପଣଙ୍କୁ କୌଣସି ମିତ୍ର କିମ୍ବା ସହଯୋଗୀଙ୍କର ସାହାଯ୍ୟ ମିଳିବ ନାହିଁ । ଏଥିପାଇଁ ଆପଣ ନିରାଶ ହୋଇପଡ଼ିବେ କିନ୍ତୁ ମନେ ରଖନ୍ତୁ ଆପଣଙ୍କର ସବୁ କଥାରେ ଏକ ସୀମା ମଧ୍ୟ ରହିଛି ।

ମୀନ
 ଆଜି ଆପଣ କୌଣସି ସାମାଜିକ ସମାରୋହ ପରେ ନିଜ ଘରକୁ ସଜାଡିବାରେ ଲାଗି ଯିବେ । ଘରକୁ ଠିକ୍ ଠାକ୍ କରନ୍ତୁ । କିଛି ଆରାମ ମଧ୍ୟ କରନ୍ତୁ । ଆପଣ ସମାରୋହର ଖୁବ୍ ମଜ୍ଜା ନିଅନ୍ତୁ । କିନ୍ତୁ ନିଜ ଦାୟୀତ୍ୱ ସବୁ ତୁଲାଇବାର ସମୟ ଆଜି ।