Guidelines for May 5 to 19 by Odisha Government


ରାଜ୍ୟରେ କୋରୋନା ସଂକ୍ରମଣ ଦିନକୁ ଦିନ ବଢୁଥିବା ଯୋଗୁଁ ଓଡିଶା ସରକାର ମେ ୫ରୁ ୧୯ ପର୍ଯ୍ୟନ୍ତ ଲକଡାଉନ ଘୋଷଣା କରିଛନ୍ତି । ଏବଂ କେତେକ ଗୁରୁତ୍ୱପୂର୍ଣ୍ଣ ଆଦେଶ ଜାରି କରିଛନ୍ତି ।

*ସକାଳ ୬ଟାରୁ ଦିନ ୧୨ଟା ଯାଏ ଚାଲି ଚାଲି ପରିବା ଆଣି ଯାଇପାରିବେ

*ସ୍ୱାସ୍ଥ୍ୟ ସେବା ଓ ଅନ୍ୟ ଜରୁରୀ ସେବା ପାଇଁ କଟକଣା ଲାଗୁ ହେବ ନାହିଁ

*ଶନିବାର ଓ ରବିବାର ଦିନ ପୂର୍ବ ଭଳି ସମ୍ପୂର୍ଣ୍ଣ ସଟ୍‌ଡାଉନ୍ ବଳବତ୍ତର ରହିବ

*ସପ୍ତାହର ସବୁ ଦିନ ଟୀକାକରଣ ଓ ଟେଷ୍ଟିଂ କାର୍ଯ୍ୟ ଜାରି ରହିବ। 

*ବସ୍ ଚଳାଚଳ ବନ୍ଦ ରହିବ। 

*ଏହି ସମୟରେ ସମସ୍ତ ଶିକ୍ଷାନୁଷ୍ଠାନ, କୋଚିଂ ସେଣ୍ଟର ଓ ଟ୍ରେନିଂ ସେଣ୍ଟର ବନ୍ଦ ରହିବ

*ପ୍ରଦର୍ଶନୀ, ମେଳା ଓ ବ୍ୟବସାୟ ଭିତ୍ତିକ ମିଟିଂ ବନ୍ଦ ରହିବ

*ସିନେମା ହଲ୍, ମଲ୍, ମାର୍କେଟ କଂପ୍ଲେକ୍ସ ଓ ଜିମ୍ ବନ୍ଦ ରହିବ, 

*ଯାତ୍ରା, ଅପେରା ଓ ଖୋଲାମଞ୍ଚ ସଂପୂର୍ଣ୍ଣ ଭାବେ ବନ୍ଦ ରହିବ, 

*ସେଲୁନ, ପାର୍ଲର ଓ ସ୍ପା ସଂପୂର୍ଣ୍ଣ ଭାବେ ବନ୍ଦ ରହିବ

*ସାମାଜିକ, ଧାର୍ମିକ, କ୍ରୀଡ଼ା ଓ ରାଜନୈତିକ ସମାବେଶ ବନ୍ଦ ରହିବ

*ବିବାହ ପାଇଁ ସ୍ଥାନୀୟ କର୍ତ୍ତୃପକ୍ଷଙ୍କ ଠାରୁ ଅନୁମତି ଆଣିବାକୁ ହେବ, 

*ବିବାହରେ ସର୍ବାଧିକ ୫୦ ଜଣ ଉପସ୍ଥିତ ରହିପାରିବେ, 

*ସେହିଭଳି ଶୁଦ୍ଧି କାର୍ଯ୍ୟରେ କେବଳ ୨୦ ଜଣଙ୍କୁ ଅନୁମତି ମିଳିବ 

*ଲକଡାଉନ ବେଳେ ରେଷ୍ଟୁରାଣ୍ଟ ଓ ଢାବା କେବଳ ଖାଦ୍ୟ ପାର୍ସଲ ଦେଇପାରିବେ। 

*ଫ୍ଲିପକାର୍ଟ, ଆମାଜନ, ଜୋମାଟୋ ଆଦିର ଡେଲିଭରି ବୟଙ୍କୁ ଅନୁମତି। 

*ଛାପା, ବୈଦୁ୍ୟତିକ ଗଣମାଧ୍ୟମ,ୱେବ୍ ମିଡିଆକୁ ଅନୁମତି। 

*ପେଟ୍ରୋଲ ପମ୍ପ, ରନ୍ଧନ ଗ୍ୟାସ୍ ଯୋଗାଣକୁ ଅନୁମତି

*ଟ୍ୟାକ୍ସି, ଅଟୋ, ସାଇକେଲ ଓ ରିକ୍ସା ଚଳାଚଳ ସଂପୂର୍ଣ୍ଣ ବନ୍ଦ ରହିବ

*ମେଡିକାଲ କାର୍ଯ୍ୟ ବ୍ୟତୀତ ଅନ୍ୟ ସବୁ ଆତଯାତ ମନା

Post a Comment

0 Comments